Wednesday, June 18, 2025

ମହିଳା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭଡାଘରୁ ମହିଳା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ବାଲେଶ୍ୱର ଭୋଗରାଇ ବ୍ଳକ ମନ୍ଦାରସାହି ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିବା ମୋନାଲିସା ହେମ୍ବ୍ରମଙ୍କ ଝୁଲନ୍ତା ମୃତଦେହ ତାଙ୍କ ଭଡାଘରୁ ଉଦ୍ଧାର ହୋଇଛି। ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ଭୋଗରାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ହୋଇଛି। ମୋନାଲିସା ହେମ୍ବ୍ରମଙ୍କ ଘର ବାରିପଦାରେ ବୋଲି ଜଣାପଡ଼ିଛି। ସେ ଭୋଗରାଇ ବ୍ଲକରେ ପ୍ରଥମ ଚାକିରି କରିଥିବା ବେଳେ ଭଡ଼ା ନେଇ ରହୁଥିଲେ। ମାତ୍ର ଆଜି ପ୍ରାୟ ସକାଳ ୧୦ଟା ପର୍ଯ୍ୟନ୍ତ ସେ ନିଜ ରୁମ୍‌ କବାଟ ଖୋଲିନଥିଲେ। ପଡ଼ୋଶୀମାନେ ବହୁ ସମୟ କବାଟ ବାଡ଼େଇବା ପରେ ବି ମୋନାଲିସା କବାଟ ନଖୋଲିବାରୁ ସନ୍ଦେହରେ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ପହଞ୍ଚି କବାଟ ଭାଙ୍ଗି ଘରେ ପସି ମୋନାଲିସାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲା।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe

Latest Articles