Thursday, June 19, 2025

୨୭ ଡିସେମ୍ବର ୨୦୨୩ (ବୁଧବାର): ଜାଣନ୍ତୁ ଆଜିର ରାଶିଫଳ ..

ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ସତର୍କ ରହିବେ।

ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନି କଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକଦ୍ଦମା,ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ।କୌଣସି କାମ ସ୍ଥଗିତ ରହିବ ନାହିଁ କିନ୍ତୁ ହସ୍ତା ନକ୍ଷତ୍ର ସକାଶେ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଜ୍ୟେଷ୍ଠା ନକ୍ଷତ୍ର ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।

ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍‌ ଖୁସୀ ରହିବେ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି ।ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ । ବିଳାସବ୍ୟସନ ଦ୍ରବ୍ୟକ୍ରୟ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ସହ ଏହାକୁ ସଫଳକରିବାର ମଉକା ପାଇପାରିବେ।

ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe

Latest Articles