ଭୁବନେଶ୍ୱର: ନିର୍ବାଚନୀ ଅନିୟମିତତା ମାମଲାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ୍ ଜାରୀ କରିଛନ୍ତି ହାଇକୋର୍ଟ। ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ୍ ଦେଇଛନ୍ତି। ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ହୋଇଛି। ତ୍ରୁଟିପୂର୍ଣ୍ଣ ନାମାଙ୍କନ ଦାଖଲ ଓ ଅଫିସ୍ ଅଫ୍ ପ୍ରଫିଟ ଅଭିଯୋଗ ଆଣିଛନ୍ତି ସୁବାସ ମହାପାତ୍ର। ସୂଚନାଯୋଗ୍ୟ ଯେ, ଏହାପୂର୍ବରୁ ନିର୍ବାଚନୀ ଅନିୟମିତତା ମାମଲାରେ ରାଉରକେଲା ବିଧାୟକ ସାରଦା ପ୍ରସାନ ନାୟକ ଓ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ନୋଟିସ୍ ଜାରି କରିଥିଲେ ହାଇକୋର୍ଟ। ଏହା ସହ ବିଧାୟକ ଟଙ୍କଧର ତ୍ରିପାଠୀ, ଅଶ୍ୱିନୀ ପାତ୍ର ଓ ବ୍ୟୋମକେଶ ରାୟଙ୍କୁ ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟ ନୋଟିସ ଦେଇଥିଲେ। ସେହିପରି ବାଲେଶ୍ୱର ଜିଲ୍ଲା ସୋର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ମାଧବ ଧଡ଼ା ଏବଂ କଳାହାଣ୍ଡି ଜିଲା ନର୍ଲା ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କୁ ଏହି ନୋଟିସ୍ ଜାରି ହୋଇଥିଲା। ଉଭୟଙ୍କ ବିରୋଧରେ ରୁଜୁ ହୋଇଥିବା ନିର୍ବାଚନୀ ଅନିୟମିତତା ମାମଲାରେ ନିଜର ପକ୍ଷ ରଖିବା ପାଇଁ ହାଇକୋର୍ଟଙ୍କ ଆଦେଶ ରହିଥିଲା। ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ମଧ୍ୟ ହାଇକୋର୍ଟ ନୋଟିସ୍ ଜାରି ହୋଇଛି।