Wednesday, June 18, 2025

ସାଇବର୍ ଅପରାଧ ରୋକିବା ଦିଗରେ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟରେ ପିଲା ମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ ନିମନ୍ତେ ଓଡ଼ିଶାରେ ‘ନ୍ୟାସନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏ’ନେଇ ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଏହା ଉପରେ ଆଲୋଚନା କରିଛନ୍ତି। ବଢୁଥିବା ସାଇବର କ୍ରାଇମ ପରିପ୍ରେକ୍ଷୀରେ ରାଜ୍ୟରେ ଏହିପରି ଏକ ଅନୁଷ୍ଠାନର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ। ଅପରାଧର ତଦନ୍ତ ଓ ଅପରାଧ ରୋକିବା ଦିଗରେ ଦକ୍ଷ ବିଶେଷଜ୍ଞ ସୃଷ୍ଟି କରିବାରେ ମଧ୍ୟ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ଦ୍ବାରା ରାଜ୍ୟର ପୋଲିସ ଅଧିକାରୀ ମାନେ ସାଇବର ସିକ୍ୟୁରିଟି ଉପରେ ପ୍ରଶିକ୍ଷଣ ପାଇବାରେ ସୁବିଧା ହେବା ସହିତ ରାଜ୍ୟରେ ସାଇଣ୍ଟିଫିକ୍‌ ଅଫିସର ମାନଙ୍କ ଆବଶ୍ୟକତା ପୂରଣ ହେବାରେ ସହାୟକ ହେବ। ଏହାକୁ ଏକ ସେଣ୍ଟର ଅଫ ଏକସେଲେନ୍ସ ଭାବରେ ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ନ୍ୟାସନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି ଦିଲ୍ଲୀର ନିର୍ଦ୍ଦେଶିକା ଡ. ପୁରବୀ ଫୋଖରିଆଲ, ଏନ୍‌ଏଫଏସ୍‌ୟୁ, ତ୍ରିପୁରାର ନିର୍ଦ୍ଦେଶକ ଡ. ଏଚ୍‌. କେ ପ୍ରତିହାରୀ ଏବଂ ଅନ୍ୟ ବିଶେଷଜ୍ଞମାନେ ବୈଠକରେ ଆଲୋଚନାରେ ଯୋଗ ଦେଇଥିଲେ।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe

Latest Articles