Thursday, June 19, 2025

୨୬ ଡିସେମ୍ବର ୨୦୨୩ (ମଙ୍ଗଳବାର): ଜାଣନ୍ତୁ ଆପଣଙ୍କ ଆଜିର ରାଶିଫଳ ..

ନିଜର ନକରାତ୍ମକ ଚିନ୍ତାଧାରା ଯୋଗୁଁ ଆପଣ ପ୍ରଗତି କରି ପାରୁନାହାନ୍ତି। ଏହି କଥାକୁ ବୁଝିବା ପାଇଁ ଏହା ଉତ୍ତମ ସମୟ କି ଆପଣଙ୍କର ଚିନ୍ତା କରିବାର ଅଭ୍ୟାସ ଆପଣଙ୍କ ଭାବନା ଶକ୍ତିର ଅନ୍ତ କରି ଦେଇଛି। ସମ୍ଭାଳିକି ବନ୍ଧୁ ମାନଙ୍କ ସହିତ କଥା ହୁଅନ୍ତୁ। ଆଜି ଦିନରେ ବନ୍ଧୁତା ହଜେଇ ବସିବାର ସମ୍ଭାବନା ଅଛି। ବୟସ୍କ ବ୍ୟକ୍ତିମାନେ ସେମାଙ୍କର ପୁରୁଣା ସାଙ୍ଗମାନଙ୍କ ସହିତ ସମୟ ଅତିବାହିତ କରିପାରିବେ।

ବନ୍ଧୁ ବାନ୍ଧବ ମାନଙ୍କ ଠାରୁ ସହଯୋଗ ମିଳିପାରେ। ମନର ବୋଝ ହାଲୁକା ହେବ। ଆପଣ ଓ ଆପଣଙ୍କର ପ୍ରିୟଜନ ଅଧିକ ସମୟ ଏକାଠି କାଟିଲେ ବୁଝିବା ଶକ୍ତି ବଢିବ। ଆଜି ଆପଣଙ୍କର କୌଣସି ବନ୍ଧୁ ଆପଣଙ୍କ ଘରକୁ ଆସି ଆପଣଙ୍କ ସହିତ ସମୟ କାଟିପାରେ। ଜୀବନ ସାଥୀ ସହିତ ଆଜି ଦିନ ଅନ୍ୟ ଦିନ ଅପେକ୍ଷା ଭଲ ରହିବ। ଆଜି ଆପଣଙ୍କୁ ଆପଣଙ୍କ ପ୍ରେମୀ ଦୁରେଇ ଗଲା ପରି ଲାଗିପାରେ।

ଆଜି ଆପଣଙ୍କୁ ଧନ ପ୍ରାପ୍ତିର ଯୋଗ ରହିଛି। ବିଦେଶରେ ରହୁଥିବା କୌଣସି ବନ୍ଧୁ ବାନ୍ଧବଙ୍କ ଠାରୁ ମିଳିଥିବା ଉପହାର ଆପଣଙ୍କୁ ଖୁସି ଦେଇ ପାରେ। ଆପଣଙ୍କର ଚୁମ୍ବକୀୟ ବ୍ୟକ୍ତିତ୍ୱ ବହୁତ ଲୋକଙ୍କ ହୃଦୟ ଜିତିନେବ। ଆପଣଙ୍କୁ ନିଜର ଜୀବନ ସାଥୀଙ୍କର ଶକ୍ତ ଓ କଡ଼ା ରୂପ ଦେଖିବାକୁ ମିଳିପାରେ। ଯାହା କାରଣରୁ ଆପଣ ଅସହଜତା ଅନୁଭବ କରିବେ।

ପାଠପଢା ଜାଗାରେ ଘରୁ ଅତି ଡ଼େରି ଯାଏଁ ବାହାରେ ରହିବା କାରଣରୁ ଆପଣଙ୍କ ମାତାପିତା ଆପଣଙ୍କ ଉପରେ କ୍ରୋଧିତ ହୋଇପାରନ୍ତି। କ୍ୟାରିୟର ପାଇଁ ଯୋଜନା ବନେଇବା ସେତିକି ହି ଆବଶ୍ୟକ , ଯେତିକି ଖେଳକୂଦ। ସେଥିପାଇଁ ମାତାପିତାଙ୍କୁ ଖୁସି ରଖି ପାଇଁ ଉଭୟରେ ସନ୍ତୁଳନ ରଖିବା ଆବଶ୍ୟକ। ଆପଣଙ୍କର ପ୍ରେମିକ/ପ୍ରେମିକା ଆଜି ଆପଣଙ୍କ ଉପରେ ତାଙ୍କର ପାରିବାରିକ ସମସ୍ୟାର କ୍ରୋଧ ସୁଝାଇ ପାରନ୍ତି। ତେଣୁ ତାଙ୍କ ସହିତ ବସି ତାଙ୍କୁ ସ୍ଥିର ଓ ଶାନ୍ତ କରିବାକୁ ଚେଷ୍ଟା କରନ୍ତୁ।

ଆପଣ କୌଣସି ଦାନଧର୍ମ କାର୍ଯ୍ୟରେ ସହଭାଗିତା ନେଇ କରି ପାରନ୍ତି। ଯାହା ଦ୍ୱାରା ଆପଣଙ୍କୁ ମାନସିକ ସନ୍ତୋଷ ମିଳିବ । ଅନ୍ୟର ସହଯୋଗ ବିନା ମଧ୍ୟ ଆପଣ ଧନ ଅର୍ଜନ କରିବାରେ ସକ୍ଷମ। କେବେ ନିଜ ଉପରେ ବିଶ୍ୱାସ ରଖିବା ଆବଶ୍ୟକ। ବିଦେଶରେ ରହୁଥିବା କୌଣସି ବନ୍ଧୁ ବାନ୍ଧବଙ୍କ ଠାରୁ ମିଳିଥିବା ଉପହାର ଆପଣଙ୍କୁ ଖୁସି ଦେଇପାରେ। ଆପଣଙ୍କ ପ୍ରେମୀଙ୍କର ଅନାବଶ୍ୟକ ଅନୁରୋଧକୁ ଗୁରୁତ୍ୱ ଦିଅନ୍ତୁ ନାହିଁ।

ଶାରୀରିକ ରୋଗର ଠିକ ହେବାର ଅନେକ ସମ୍ଭାବନା ଅଛି । ଏହିଁ କାରଣରୁ ଆପଣ ଶୀଘ୍ର ହିଁ କ୍ରୀଡ଼ାରେ ଭାଗ ନେଇ ପାରିବେ ମାତୃପକ୍ଷରୁ ଆଜି ଆପଣଙ୍କୁ କୌଣସି ଧନଲାଭ ହୋଇପାରେ। ଆପଣଙ୍କୁ ଖୁସି କରିବା ପାଇଁ ଆପଣଙ୍କ ଜୀବନସାଥୀ ବହୁତ ଚେଷ୍ଟା କରିବେ। ଆଜି କିଛି ନୂଆ ତଥ୍ୟ ଜାଣି ଆପଣ ଆଶ୍ଚର୍ଯ୍ୟ ହୋଇପାରନ୍ତି।

ଆଜି ଆପଣଙ୍କର ବହୁତ କାମ ରହିବ ଓ ଆପଣ କୌଣସି ପ୍ରକାରେ ସବୁ ସମ୍ଭାଳିନେବେ। ଆଜି ଦିନଟି ଆପଣଙ୍କ ଅନେକ କାର୍ଯ୍ୟବ୍ୟସ୍ତତା ଭିତରେ ଯିବ ବିଶେଷକରି ସେଥିରେ ଚିଠି ଲେଖିବା ଓ ପୁରୁଣା ଲୋକଙ୍କ ସହ ଯୋଗାଯୋଗ କରିବା ଅନ୍ତର୍ଭୁକ୍ତ ରହିବ। ଏକ ଭଲ ଚାକିରି ପାଇଁ ଇଣ୍ଟର୍ଭ୍ୟୁର କଲ୍‍ ଆସିପାରେ। ଆହୁରି ମଧ୍ୟ କାର୍ଯ୍ୟସ୍ଥଳରେ ଘଟଣା ଆୟୋଜନ କରିବା ଦାୟିତ୍ଵ ଆପଣଙ୍କୁ ଦିଆଯାଇ ପାରେ।

ଆପଣଙ୍କ ସହଜ ଜ୍ଞାନ ଭାବନା ଗୁଡିକ ଆଜି ଆପଣଙ୍କ କାର୍ଯ୍ୟକୁ ନିୟନ୍ତ୍ରଣ କରିବ। ଆପଣ କାର୍ଯ୍ୟର ଚାପକୁ ପଛରେ ପକାଇ ଅଧିକ ଉତ୍ସାହର ସହିତ କାମଗୁଡିକ କରିବେ। ଆପଣଙ୍କ ସ୍ଵାଭାବିକତାକୁ ଅନୁସରଣ କରନ୍ତୁ ଓ କାର୍ଯ୍ୟର ଚାପ ଅଧିକ ଥିବା ବେଳେ ଭଲ ଗୀତ ଶୁଣି ମନକୁ ଆରାମ ଦିଅନ୍ତୁ।

ଆଜି ଆପଣ ପରିଶ୍ରମରୁ କିଛିଟା ମୁକ୍ତ ରହିବେ। ଆଜି ଆପଣଙ୍କ ଜୀବନସାଥୀଙ୍କ ସହ ଫିଲ୍ମ ଦେଖିବାକୁ ଯାଆନ୍ତୁ। ଆପଣଙ୍କ ପରିବାର କିମ୍ଵା ବନ୍ଧୁମାନଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ସେ ଯାହା ବି ହେଉ, ଧିରେଧିରେ ଆପଣଙ୍କ ପକେଟ ହାଲୁକା ହେବ।

ଆପଣ ଅନ୍ୟମାନଙ୍କ ଠାରୁ ବହୁ ଉଚ୍ଚର ସ୍ଵାସ୍ଥ୍ୟକର ଜୀବନଶୈଳୀ ଅନୁସରଣ କରନ୍ତି ଓ ଆଜି ମଧ୍ୟ ଆପଣଙ୍କ ପାଇଁ ସ୍ଵାସ୍ଥ୍ୟ ସମ୍ପର୍କିତ କୌଣସି ସମସ୍ୟା ରହିବ ନାହିଁ। ଦୂରଯାତ୍ରା ପାଇଁ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଜୀବନ ସାଥି ସନ୍ଧାନରେ ଥିବା ବ୍ୟକ୍ତିଙ୍କ ମନୋବାଞ୍ଛା ପୂର୍ଣ୍ଣ ହେବ।

ଦିନଟି ଅତ୍ୟନ୍ତ ଶୁଭଫଳଦାୟକ। ଦୃଢ ବିଶ୍ୱାସ ଓ ଠିକ ସିଦ୍ଧାନ୍ତ ଆପଣଙ୍କୁ ସବୁ କାର୍ଯ୍ୟ ସୁଚାରୁରୁପେ ସମ୍ପାଦନ କରିବାକୁ ପ୍ରେରଣା ଯୋଗାଇବ। ଠିକ ସମୟରେ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାର ପ୍ରୟାସ ଜାରି ରଖିବେ। ଘରପାଇଁ କିଛି ଦରକାରୀ ଆବଶ୍ୟକୀୟ ଜିନିଷ କିଣିପାରନ୍ତି। ଆପଣ ଚାହିଁଲେ ଗୋଟିଏ ନୂଆ ଗାଡି କିଣି ପାରିବେ।

ଗ୍ରହଙ୍କ ଶୁଭଦୃଷ୍ଟି ଯୋଗୁଁ ଶାରୀରିକ ତଥା ମାନସିକ ଶାନ୍ତି ଅବ୍ୟାହତ ରହିବ। ସୁସ୍ଥ ପାରିବାରିକ ଓ କର୍ମମୟ ଜୀବନରେ ତୃପ୍ତି ଲାଭ କରିବେ। କୌଣସି ସମସ୍ୟାର ସମାଧାନ କରିବାକୁ ପଡିଲେ କ୍ରୋଧ ପ୍ରକାଶ ନକରି କୋମଳ କଥାରେ ଅନାୟସରେ ସାମାଧାନ କରିବା ଶ୍ରେୟସ୍କର। ମା’ଙ୍କଠାରୁ ବହୁ ଦିନରୁ ପ୍ରତିକ୍ଷିତ ଶୁଭସମ୍ୱାଦ ପାଇପାରନ୍ତି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe

Latest Articles