ପୁରୀ: ଇଂରାଜୀ ନୂଆବର୍ଷ ୨୦୨୪ର ପ୍ରଥମ ଦିନରେ ୫ ଲକ୍ଷରୁ ଊର୍ଦ୍ଧ୍ବ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ନୂଆ ବର୍ଷରେ ଜନସମୁଦ୍ରରେ ପରିଣତ ହୋଇଯାଇଥିଲା ଶ୍ରୀକ୍ଷେତ୍ର। ନୂଆ ବର୍ଷରେ ପ୍ରଥମଥର ଏତେ ସଂଖ୍ୟକ ଭକ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଥିବା କୁହାଯାଉଛି। ଭକ୍ତମାନେ ଶୀତତାପ ନିୟନ୍ତ୍ରିତ ଟନେଲ ଓ ଅଭ୍ୟର୍ଥନା କେନ୍ଦ୍ର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ ସହ ମହାପ୍ରଭୁଙ୍କୁ ଦର୍ଶନ ପରେ ଉତ୍ତରଦ୍ୱାର ଦେଇ ମନ୍ଦିରରୁ ବାହାରକୁ ବାହାରିଛନ୍ତି। ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ଶିଶୁଙ୍କୁ ସାଥୀରେ ନେଇ ଆସିଥିବା ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯାଇଥିଲା। ଅନୁରୂପ ଭାବରେ ସହଳ ନୀତିକାନ୍ତି ଓ ଧାର୍ଯ୍ୟ ସମୟ ପୂର୍ବରୁ ମହାପ୍ରସାଦ ଲାଗି ମଧ୍ୟ ହୋଇଥିଲା।