ଅଯୋଧ୍ୟା/ପୁରୀ: ଅଯୋଧ୍ୟାରୁ ମହାପ୍ରଭୁ ଜଗନ୍ନାଥଙ୍କ ପାଖକୁ ଆସିଲା ନିମନ୍ତ୍ରଣ। ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ପୁରୀ ଜଗନ୍ନାଥ ଧାମକୁ ଆସିଲା ନିମନ୍ତ୍ରଣ ପତ୍ର। ଆସନ୍ତା ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରଭୁଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରିଛି ଅଯୋଧ୍ୟା ଅଭ୍ୟର୍ଥନା କମିଟି ଓ ବିଶ୍ବ ହିନ୍ଦୁ ପରିଷଦ। ଆଜି ମହାପ୍ରଭୁଙ୍କ ନିମନ୍ତ୍ରଣ ନିମନ୍ତେ ଗୁଆ, ଅରୁଆ ଚାଉଳ, ଶ୍ରୀଫଳ, ପାନ, ଗାମୁଛା ଓ ନିମନ୍ତ୍ରଣ ପତ୍ର ନେଇ କମିଟି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ନିମନ୍ତ୍ରଣ କରିଛି। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।