Wednesday, June 18, 2025

ଲୋକଙ୍କ ସ୍ଵର ସାଜୁଛୁ, ଦୃଢ଼ତାର ସହ ଆଗକୁ ବଢ଼ୁଛୁ: ୧୨ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ସମ୍ପର୍କରେ ବିଜୁ ଜନତା ଦଳର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦଳର ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଦଳର ଉପଦେଷ୍ଟା କମିଟିର ଆବାହକ, କାର୍ଯ୍ୟକ୍ରମ ରୂପାୟନ କମିଟି ଆବାହକ, ସଦସ୍ୟ ସଂଗ୍ରହ ଅଭିଯାନ କମିଟି ଆବାହକ, ବରିଷ୍ଠ ରାଜ୍ୟ ଗଣମାଧ୍ୟମ ସଂଯୋଜକ ତଥା ଅନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହି ଆଲୋଚନା କରିଛନ୍ତି। ଏହାସହ ଆସନ୍ତା ୧୨ ତାରିଖରେ ବିଜେଡି ବିଧାୟକ ଦଳ ବୈଠକ ବସିବ ବୋଲି ଜଣାପଡ଼ିଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଏହି ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି। ଏହି ବୈଠକରେ ବିଧାନସଭା ପାଇଁ ରଣନୀତି ପ୍ରସ୍ତୁତ କରାଯିବ ବୋଲି ଜଣାପଡିଛି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe

Latest Articles