Wednesday, June 18, 2025

ଚକ୍ଷୁଦାନ କରିବେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର: ଏଲ୍ ଭି ପ୍ରସାଦ ଚକ୍ଷୁ ଚିକିତ୍ସାଳୟର ୧୪ ତମ ଚକ୍ଷୁ ବ୍ୟାଙ୍କ୍ ଓ ସ୍ୱଚ୍ଛ ପଟଳ ସମ୍ବନ୍ଧୀୟ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଉପ- ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗଦାନ କରି କହିଥିଲେ ଯେ, ଅଙ୍ଗଦାନ କରି ଯେପରି ଜଣେ ବ୍ୟକ୍ତିକୁ ଆମେ ଜୀବନ ଦାନ ଦେଇପାରିବା ସେହିପରି ଚକ୍ଷୁଦାନ କରି ଆମେ ଜଣେ ବ୍ୟକ୍ତିକୁ ନିଜ ଆଖିରେ ଦୁନିଆ ଦେଖେଇପାରିବା। ଭାରତରେ ବାସ କରୁଥିବା ଜନସଂଖ୍ୟାର ଏକ ପ୍ରତିଶତ ଦୃଷ୍ଟିହୀନ ଥିବାବେଳେ ଚକ୍ଷୁ ଦାନ ଓ ପ୍ରତିରୋପଣ ଦ୍ଵାରା ଆମେ ପରସ୍ପରକୁ ସାହାଯ୍ୟ କରିପାରିବା ଓ ସେମାନଙ୍କୁ ନିଜ ଆଖିରେ ଦୁନିଆ ଦେଖାଇ ପାରିବା। ଜୀବନରେ ଏହାଠାରୁ ବଡ ଉପଲବ୍ଧି ଆଉ କିଛି ହେଇନପାରେ। ମୁଁ ମଧ୍ୟ ନିଜ ଆଖିକୁ ଦାନ କରିବାକୁ ପ୍ରସ୍ତୁତ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ସୂଚନାଯୋଗ୍ୟ ଯେ, ଓଡ଼ିଶାରେ ‘ଦୃଷ୍ଟିଦାନ ଚକ୍ଷୁ ବ୍ୟାଙ୍କ୍’ ୨୦୦୭ ମସିହାରେ ଏଲ୍ ଭି ପ୍ରସାଦ ଚକ୍ଷୁ ଚିକିତ୍ସାଳୟ ଦ୍ଵାରା ଖୋଲାଯାଇଥିଲା । ଯାହା ଆଜି ଦେଶର ପ୍ରମୁଖ ୧୦ ଚକ୍ଷୁ ବ୍ୟାଙ୍କ୍ ଭିତରେ ସ୍ଥାନିତ ହୋଇପାରିଛି ଏବଂ ବର୍ଷକୁ ୧୫୦୦ରୁ ଉର୍ଦ୍ଧ୍ବ ଦାନ ଚକ୍ଷୁକୁ ସଂଗୃହିତ କରୁଛି । ଓଡ଼ିଶା ସରକାର ମଧ୍ୟ ଏହି ମହନୀୟ ପ୍ରୟାସକୁ ସହଯୋଗ କରି ସବୁ ଜିଲ୍ଲା ସ୍ତରୀୟ ମେଡ଼ିକାଲ ଗୁଡ଼ିକରେ ଚକ୍ଷୁ ଦାନ ପାଇଁ ସହଜ ଓ ସରଳ ପ୍ରାବଧାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସାଧାରଣ ଜନତାଙ୍କୁ ଚକ୍ଷୁ ଦାନ ଭଳି ମହତ୍ କାର୍ଯ୍ୟରେ ନିଜକୁ ଅଂଶୀଦାର ହେବା ପାଇଁ ଆହ୍ବାନ ଦିଆଯାଇଛି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe

Latest Articles