Thursday, June 19, 2025

ଗାଁ’ ସଶକ୍ତ ହେଲେ ଦେଶର ବିକାଶ ସମ୍ଭବ ହୋଇପାରିବ : କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ମୁଣ୍ଡା

ଭୁବନେଶ୍ୱର: କେନ୍ଦ୍ର ଆଦିବାସୀ ବ୍ୟାପାର, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଅର୍ଜୁନ ମୁଣ୍ଡା କେନ୍ଦୁଝର ଜିଲ୍ଲା ରାଧିକାଦେଇପୁର ଏବଂ ଭଣ୍ଡାରିଡିହା ପଞ୍ଚାୟତରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି। ଶ୍ରୀ ମୁଣ୍ଡା ଏହି ଅବସରରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ମତବିନିମୟ କରିଛନ୍ତି। ସେ ସଂକଳ୍ପ ଯାତ୍ରା ରହଣୀ ସ୍ଥଳରେ ଆୟୋଜିତ ପ୍ରଦର୍ଶନୀକୁ ମଧ୍ୟ ବୁଲି ଦେଖିଛନ୍ତି। ରାଧିକାଦେଇପୁର ଠାରେ ଆୟୋଜିତ ସଭାକୁ ସମ୍ବୋଧିତ କରି ଶ୍ରୀ ମୁଣ୍ଡା କହିଛନ୍ତି, ଗାଁ ସଶକ୍ତ ହେଲେ, କ୍ଷେତ୍ରର ବିକାଶ ହୋଇପାରିବ, ତା’ହେଲେ ଯାଇ ଦେଶ ବିକଶିତ ହୋଇପାରିବ। ଏହି ଉଦ୍ଦେଶ୍ୟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ନିରନ୍ତର କାର୍ଯ୍ୟ କରୁଛନ୍ତି। କେନ୍ଦ୍ର ସରକାରଙ୍କ ଦ୍ୱାରା ଅନେକଗୁଡ଼ିଏ ଲୋକାଭିମୁଖୀ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏସବୁ ଯୋଜନା ଦ୍ୱାରା ସାଧାରଣ ଲୋକମାନେ ସଶକ୍ତ ଓ ସମୃଦ୍ଧ ହେଉଛନ୍ତି। ଏସବୁ ଯୋଜନା ବିଷୟରେ ସୂଚନା ଦେବା ଏବଂ ତୃଣମୂଳ ସ୍ତରରେ ଯୋଜନାର ଶତପ୍ରତିଶତ ପ୍ରସାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭଗବାନ ବିର୍ସାମୁଣ୍ଡାଙ୍କ ଜନ୍ମମାଟିରୁ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ କୋଟି କୋଟି ଲୋକ ସାମିଲ ହୋଇପାରିଥିବା ଶ୍ରୀ ମୁଣ୍ଡା କହିଥିଲେ। ସେ ଉପସ୍ଥିତ ହିତାଧିକାରୀଙ୍କୁ କେନ୍ଦ୍ରୀୟ ଯୋଜନାର ଲାଭ ନେବାକୁ ଆହ୍ୱାନ ଦେଇଥିଲେ। ଅନୁରୂପ ଭାବେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ମୁଣ୍ଡା ଭଣ୍ଡାରିଡିହା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସଭାକୁ ସମ୍ବୋଧିତ କରିଛନ୍ତି। ଗ୍ରାମବାସୀଙ୍କୁ ଉଦବୋଧନ ଦେଇ ଶ୍ରୀ ମୁଣ୍ଡା କହିଛନ୍ତି ମୋଦୀଙ୍କ ଗ୍ୟାରେଣ୍ଟୀ ଗାଡ଼ି ଆଜି ସବୁ ପଞ୍ଚାୟତରେ ପହଞ୍ଚୁଛି। ଏହାର ଉଦ୍ଦେଶ୍ୟ ହେଉଛି ସରକାରୀ ଯୋଜନାରୁ ବଞ୍ଚିତ ଲୋକଙ୍କ ନିକଟରେ କେନ୍ଦ୍ରୀୟ ଯୋଜନାର ଲାଭ ପହଞ୍ଚାଇବା। ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ହିତାଧିକାରୀଙ୍କ ସହ ମିଶି ୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ଗଠନ ପାଇଁ ସଂକଳ୍ପ ନେଇଥିଲେ।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe

Latest Articles