Wednesday, June 18, 2025

ତେଲେଙ୍ଗାନାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ରେବନ୍ତ ରେଡ୍ଡୀ

ହାଇଦ୍ରାବାଦ: ଆଜି ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ୫୪ ବର୍ଷୀୟ କଂଗ୍ରେସ ନେତା ରେବନ୍ତ ରେଡ୍ଡୀ। ଶପଥ ଗ୍ରହଣ ପାଇଁ ରେଡ୍ଡୀ ହେଉଛନ୍ତି ରେଡ୍ଡୀ। ହାଇଦ୍ରାବାଦ ଏଲବି ଷ୍ଟାଡିୟମରେ ହେବ ଶପଥଗ୍ରହଣ ଉତ୍ସବ। ଶପଥ ଗ୍ରହଣ ଉତ୍ସବରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସହିତ, ସାଂସଦ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟାନ୍ୟ ବରିଷ୍ଠ କଂଗ୍ରେସ ନେତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସୂଚନା ମୁତାବକ ରେବନ୍ତଙ୍କ ସହ କିଛି ମନ୍ତ୍ରୀ ମଧ୍ୟ ଶପଥ ନେବା କାର୍ଯ୍ୟକ୍ରମ ରହିଛି। ଏହାସହ ଦଳିତ ବର୍ଗରୁ ଜଣେ ଉପମୁଖ୍ୟମନ୍ତ୍ରୀ ହେବା ସମ୍ଭାବନା ମଧ୍ୟ ରହିଛି। ରେବନ୍ତ ରେଡ୍ଡୀ ତେଲେଙ୍ଗାନା ରାଜନୀତିରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ୨୦୧୭ରେ ସେ କଂଗ୍ରେସରେ ଯୋଗ ଦେଇଥିଲେ। ୨୦୨୧ରେ ତେଲେଙ୍ଗାନା ପିସିସି ଭାବେ ଦାୟିତ୍ବ ନେଇଥିଲେ। ଏହା ପୁର୍ବରୁ ସେ ତେଲୁଗୁ ଦେଶମ ପାର୍ଟିରେ ଥିଲେ। ଦୁଇ ଦୁଇ ଧର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ରେବନ୍ତ। ରାଜ୍ୟରେ କଂଗ୍ରେସର ବିପୁଳ ବିଜୟରେ ସମସ୍ତ କ୍ରେଡିଟ ରେବନ୍ତଙ୍କୁ ଯାଉଛି। ବିଆରଏସକୁ ଗାଦିଚ୍ୟୁତ କରିବାରେ ରେବନ୍ତଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ। ନିଜର ଜବରଦସ୍ତ ପ୍ରଚାର ଲାଗି ସେ କଂଗ୍ରେସ ରାଜନୀତିରେ ବେଶ ପରିଚିତ।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe

Latest Articles